ସାରା ଦେଶରେ ଏବେ ରାସ୍ତା ଦୁର୍ଘଟଣା ବଢ଼ିବା ସହ ଏଥି ଜନିତ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି । ଦ୍ରୁତ ଗତିରେ ଗାଡି ଚାଳନା, ମଦ୍ୟପାନ, ବିନା ହେଲମେଟରେ ଗାଡି ଚଳାଇବା ଏବଂ ସଚେତନତା ଅଭାବ ଯୋଗୁଁ ବାରମ୍ବାର ଦୁର୍ଘଟଣା ହେବା ସହ ଧନଜୀବନ ହାନି ଘଟୁଛି ।ଏଣିକି ପ୍ରତ୍ୟେକ ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ । ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ ସଡ଼କ ସୁରକ୍ଷା ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ । ଏଥିରେ ସୁରକ୍ଷିତ ଘର ବାହୁଡ଼ା ଉପରେ ଗୁରୁତ୍ବ ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତିଭୂଷଣ ଜେନା ।୪ଟି ପ୍ରମୁଖ ବିଷୟ ଉପରେ ଆଲୋଚନା ହୋଇଛି। ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ବ, ନିୟମ ଭଙ୍ଗକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ନିୟମିତ ଚେକିଂ ସହ ଜୋରିମାନା ଆଦାୟ, ଏବଂ ରବିବାର ଓ ବୁଧବାର ଶୂନ୍ୟ ସହନଶୀଳତା ଦିବସ ନେଇ ନିଷ୍ପତ୍ତି ହୋଇଛି । ନିୟମ ଭଙ୍ଗକାରୀଙ୍କ ଉପରେ ହେବ କଡା କାର୍ଯ୍ୟାନୁଷ୍ଠାନ ନେବା ।
