ପ୍ରଖ୍ୟାତ କବି ତଥା ଲେଖକ ଦେବଦାସ ଛୋଟରାୟଙ୍କୁ ତାଙ୍କ କ୍ଷୁଦ୍ର ଗଳ୍ପ ସଂକଳନ ‘ମ୍ୟାଟିନି ସୋ’ ପାଇଁ ୪୬ତମ ସାରଳା ପୁରସ୍କାର ପ୍ରଦାନ କରାଯିବ।୨୦୨୩ ମସିହାରେ ଟାଇମପାସ୍ ପ୍ରକାଶନୀଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ସଂକଳନ ‘ମ୍ୟାଟିନିସୋ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ। ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟସାରସ୍ୱତ ସମାବେଶରେ ଲେଖକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ସାତଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ।ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପି ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୫ ମସିହା ପାଇଁ ଘୋଷିତ ହୋଇଛି। ବିଶିଷ୍ଟ ଚିତ୍ରଶିଳ୍ପୀ ବଳଦେବ ମହାରଥା ଏବଂ ସଂଗୀତଗୁରୁରାମହରି ଦାସଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ଉଭୟଙ୍କୁ ଦୁଇଲକ୍ଷ ପଚାଶ ହଜାର ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ସଙ୍ଗୀତ ବିଭାଗରେ ଆଦ୍ୟାଶା ଦାସ, ସୁଜାତା ମହାପାତ୍ର, ସଙ୍ଗୀତା ପଣ୍ଡା ଏବଂ ଚିତ୍ରକଳା ବିଭାଗରେ ପଞ୍ଚମୀ ମାନୁ ଉକିଲ, ସୁଦର୍ଶନ ପଟ୍ଟନାୟକ ଓ ପ୍ରଦୋଷ ସ୍ୱାଇଁ ବିଚାରକ ଥିଲେ।ସୂଚନାଯୋଗ୍ୟ, ସାରଳା ପୁରସ୍କାର ୧୯୮୦ ମସିହାରେ ବିଶିଷ୍ଟ ଓଡ଼ିଆ ଶିଳ୍ପପତି ବଂଶୀଧର ପଣ୍ଡା ଏବଂ ତାଙ୍କ ପତ୍ନୀ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠା କରାଯାଇଥିଲା।
