ଦେବସ୍ନାନ ପୂର୍ଣ୍ଣିମାରେ ଭଜନ ସମାରୋହ

ନୟାଗଡ଼,(ଓଡ଼ିଶା ଦର୍ପଣ): ନବକଳେବର ରଥ ଚକ ସ୍ଥାପନ କମିଟି ଏବଂ ସଙ୍ଗୀତଧାରା  ମିଳିତ ଆନୁକୂଲ୍ୟରେ ଚଳିତ ଜୁନ ୧୧ ତାରିଖରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଳାକାର ମାନଙ୍କୁ ନେଇ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇ ସ୍ଥାନୀୟ ମହର୍ଷି ବିଦ୍ୟାମନ୍ଦିର ଖେଳ ପଡିଆରେ ଆଜି ଆୟୋଜିତ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ରଥ ଚକ ସ୍ଥାପନ କମିଟି ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ  ଆୟୋଜିତ ପ୍ରସ୍ତୁତି ବୈଠକରେ ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ, ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,ଲକ୍ଷ୍ମୀଧର ମହାପାତ୍ର, ପ୍ରଶାନ୍ତ କୁମାର ପଟ୍ଟନାୟକ, ଲକ୍ଷ୍ମୀଧର ସାହୁ, ଗୋପୀନାଥ ସେଠି, ଏବଂ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସ୍ଥାନୀୟ କଣ୍ଠଶିଳ୍ପୀ ଏବଂ ସଙ୍ଗୀତ ଧରା ବିଜୟୀ ପ୍ରତିଯୋଗୀ ମାନେ ଏହି ଭଜନ ପରିବେଷଣ କରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

ଅଧିକ ପଢନ୍ତୁ

Odisha Darpan Digital