ଦେବସ୍ନାନ ପୂର୍ଣ୍ଣିମାରେ ଭଜନ ସମାରୋହ ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ନବକଳେବର ରଥ ଚକ ସ୍ଥାପନ କମିଟି ଏବଂ ସଙ୍ଗୀତଧାରା, ନୟାଗଡ଼ର  ମିଳିତ ଆନୁକୂଲ୍ୟରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ ଉପଲକ୍ଷେ ମନ୍ଦିର ପ୍ରାଙ୍ଗଣରେ ସ୍ଥାନୀୟ କଳାକାର ମାନଙ୍କୁ ନେଇ ଏକ ଭବ୍ୟ ଭଜନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।  ସୁର ଗନ୍ଧର୍ବ କଣ୍ଠଶିଳ୍ପୀ ନବକିଶୋର ମିଶ୍ର,କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ,  କଣ୍ଠଶିଳ୍ପୀ ଜୟଶ୍ରୀ ଦେବୀ,ଡ.ଆଶୁତୋଷ ମିଶ୍ର, ମାଧବ ଡାକୁଆ,କାଳିଦାସ ମହାପାତ୍ର,ବିଷ୍ନୁପ୍ରିୟା ବେହେରା, ଓମ ପ୍ରକାଶ ମହାରଣା,ଶୁଚିସ୍ମିତା ଦୋରା,ଓମ ପ୍ରସାଦ ପାତ୍ର, ସୋମାଲିନ ପୃଷ୍ଟି,ଜନ୍ମେଜୟ ପ୍ରଧାନ, ଲିପ୍ସାରାଣୀ ପଣ୍ଡା ପ୍ରମୁଖ ଭଜନ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ ଉଦଘାଟନ କରିଥିବା ବେଳେ ସଙ୍ଗୀତଧାରା ସଭାପତି ଡ.ବିଜୟ କୁମାର ଚୌଧୁରୀ, ରଥଚକ ସ୍ଥାପନା କମିଟି ସଭାପତି ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ପ୍ରଶାନ୍ତ ଦାଶ ପ୍ରମୁଖ ପରିଚାଳନା କରିଥିଲେ।  ଗୋପୀନାଥ ସେଠି, ଅଶୋକ ମଲ୍ଲ ଭଜନ କାର୍ଯ୍ୟକ୍ରମକୁ  ସଂଯୋଜନା କରିଥିବା ବେଳେ ଲକ୍ଷ୍ମୀଧର ସାହୁ,ପ୍ରଶାନ୍ତ କୁମାର ପଟ୍ଟନାୟକ,  ଲକ୍ଷ୍ମୀଧର ମହାପାତ୍ର,ସୁଦର୍ଶନ ସାହୁ ପ୍ରମୁଖ ସହଯୋଗ କରିଥିଲେ।

ଅଧିକ ପଢନ୍ତୁ

kc ads