ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ପୋଷ୍ଟ କରିଛନ୍ତି, ‘ମୋର ସମସ୍ତ ଦେଶବାସୀଙ୍କୁ ଦୀପାବଳିର ହାର୍ଦ୍ଦିକ ଶୁଭେଚ୍ଛା। ଆଲୋକର ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନକୁ ସୁଖ, ସମୃଦ୍ଧି ଏବଂ ସଦ୍ଭାବନାରେ ଆଲୋକିତ କରୁ।’ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ତାଙ୍କ ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି । ସୁରକ୍ଷିତ ଓ ସବୁଜ ଦୀପାବଳି ପାଳନ କରିବା ପାଇଁ ସେ ନିବେଦନ କରିଛନ୍ତି । ଏହାସହ ସେ କହିଛନ୍ତି ‘ଜ୍ଞାନର ଆଲୋକ ମଣିଷଙ୍କୁ ଅଜ୍ଞାନର ଅନ୍ଧକାରରୁ ରକ୍ଷା କରେ । ପ୍ରଦୂଷଣମୁକ୍ତ ଓ ସବୁଜ ଦୀପାବଳି ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।
