ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ 

୭୮ ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିଲ୍ଲୀର ଲାଲ୍ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଦେଶବାସୀଙ୍କୁ ଉଦ୍‌ବୋଧନ ଦେବା ଅବସରରେ ୨୦୪୭ ସୁଦ୍ଧା ଭାରତ ବିକଶିତ ଦେଶରେ ପରିଣତ ହେବ ବୋଲି ସେ ପ୍ରକାଶ କରିଛନ୍ତି । ସ୍ବାଧୀନତା ସଂଗ୍ରାମୀମାନେ ଅନେକ ବଳିଦାନ ଦେଇ ଦେଶକୁ ସ୍ୱାଧୀନ କରିଛନ୍ତି ।

ଏବେ ୧୪୦ କୋଟି ଜନତା ଦେଶକୁ ବିକଶିତ କରିପାରିବେ ବୋଲି ସେ କହିଛନ୍ତି । ଏହି ଅବସର ବିଶେଷ ଗୁରୁତ୍ୱପୂର୍ଣ୍ଣ, କାରଣ ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ତୃତୀୟ କାର୍ଯ୍ୟକାଳରେ ପ୍ରଥମ ସ୍ୱାଧୀନତା ଦିବସ ଅଭିଭାଷଣ । ଏହା ସହ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ପଛରେ ପକାଇଛନ୍ତି । ଯିଏ କି ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୧୦ ଥର ତ୍ରିରଙ୍ଗା ଉତ୍ତୋଳନ କରିଥିଲେ ।

ଅଧିକ ପଢନ୍ତୁ

kc ads