ନୟାଗଡ଼,(ଓଡ଼ିଶା ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ଭାରତର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଦିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୬ ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା । ସେହିପରି ୬୦ ଟି ଦେୱାନି ମାମଲା ଫଇସଲା କରାଯାଇଥିଲା। ଏନ. ଆଇ. ଆକ୍ଟ କେସ ୨ଟି ଏବଂ ବିବାହଜନିତ ୨ ଟି ମାମଲା ଫଇସଲା କରାଯାଇଥିଲା । ବ୍ଯାଙ୍କରୁ ଋଣ ନେଇ ଋଣ ପରିଶୋଧ କରିନଥିବା ୧୩୬ ଜଣ ଋଣ ଗ୍ରହୀତାଙ୍କଠାରୁ ୪୮,୦୧,୩୯୭.୦୦ ଟଙ୍କା ଦେବା ପାଇଁ ରାଜିନାମା ସ୍ବାକ୍ଷରିତ କରାଯାଇଥିଲା । ଅନ୍ଯାନ୍ଯ ଫୌଜଦାରୀ ୮୩ଟି ମାମଲା ଫଇସଲା କରାଯାଇ ୪୫୦ ଟଙ୍କା ଆଦାୟ କରଯାଇଥିଲା ୩୧ଟି ପ୍ରାକ ବିଜୁଳି ମାମଲା ଫଇସଲା କରାଯାଇ ୧୫୬୭୩୮.୬୨ ପଇସା ଆଦାୟ କରଯାଇଥିଲା ।ସେହିପରି ୩୫୭୬ଟି ରାଜସ୍ୱ ମାମଲା ଫଇସଲା କରାଯାଇ ୭,୧୨,୮୬୯ ଟଙ୍କା ଆଦାୟ କରଯାଇଥିଲା । ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରା ଜଜ ଆନନ୍ଦ ନାରାୟଣ ମହାରଣା, ପରିବାର ଅଦାଲତ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ରିଜା ରାୟ , ବରିଷ୍ଠ ଦେୱାନି ଅଦାଲତ ବିଚାରପତି ସତ୍ୟବ୍ରତ ରଣା , ବରିଷ୍ଠ ଦେୱାନି ଅଦାଲତ ବିଚାରପତି (ଏଲ ଆର ଆଣ୍ଡ ଏଲଟିଭି ) ପବିତ୍ରନନ୍ଦ ପ୍ରଧାନ, ଉପଖଣ୍ଡ ଫୌଜଦାରୀ ବିଚାରପତି ସୌଭାଗ୍ୟ ରଞ୍ଜନ ପ୍ରଧାନ, ଜେ.ଏମ. ଏଫ.ସି ସୁଶ୍ରୀ ସାବିତ୍ରୀ ଦାସ, ଜେ.ଏମ. ଏଫ.ସି ରାକେଶ କୁମାର ସାହୁ ଏବଂ ସୁଶ୍ରୀ ସମୃଦ୍ଧି ସାଗରିକା ବାରିକ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ଅଦାଲତ ପରିଚାଳନା କରିଥିବା ବେଳେ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶ୍ରୀମତୀ ଶୃତିସ୍ନିଗ୍ଧା ଦାସ , ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ, ବରିଷ୍ଠ ଦେୱାନି ବିଚାରପତି ତଥା ସହକାରୀ ଦୌରାଜଜ ( ମହିଳା ଅଦାଲତ) ଡଃ ରୀନତି ମିଶ୍ର ଏବଂ ସିଭିଲ କୋର୍ଟ ରେଜିଷ୍ଟ୍ରାର ଡଃ ନିଶାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା ୧୪.୦୯.୨୦୨୪ ରିଖ ଶନିବାର ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ପ୍ରାଧିକରଣ ସଚିବ ବିଶେଷ କୁମାର ସାହୁ ଜନ ସାଧାରଣ ଙ୍କୁ ସୂଚନା ଦେବା ସହ ଏହାର ସୁଫଳ ନେବାକୁ ପରାମର୍ଶ ପ୍ରଦାନ କରିଅଛନ୍ତି ।