ଆଉ ଦୁନିଆରେ ନାହାଁନ୍ତି କଲେଜ ପଢୁଆ ଝିଅ ସୌମ୍ୟାଶ୍ରୀ । ଗତକାଲି ରାତିରେ ଏମ୍ସ ହସ୍ପିଟାଲରେ ସେ ଆରପାରିକୁ ଚାଲିଯାଇଛନ୍ତି । ନିଜ ଅସୁବିଧା ବାବଦରେ ସେ ସମସ୍ତଙ୍କୁ ଅବଗତ କରାଇଥିଲା । ହେଲେ କେହି ନଶୁଣିବାରୁ ସେ ଆରପାରିକୁ ଚାଲି ଯାଇଛି । ତେବେ ସୌମ୍ୟାଶ୍ରୀ ବିଶିଙ୍କ ଅନ୍ତିମସଂସ୍କାର ପରେ ତାଙ୍କ ବାପା ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ସମସ୍ତଙ୍କୁ ଗୋଟିଏ ଅନୁରୋଧ ଦୟାକରି ମୋ ଝିଅର ମୃତ୍ୟୁକୁ ନେଇ ଆଉ ରାଜନୀତି କରନ୍ତୁ ନାହିଁ । ଘଟଣାକୁ ନେଇ ସରକାର ସମ୍ବେଦନଶୀଳ ଅଛନ୍ତି । ସରକାର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି, ଆହୁରି ମଧ୍ୟ କାର୍ଯ୍ୟାନୁଷ୍ଠାନ ନେବେ । ରାଷ୍ଟ୍ରପତି ମଧ୍ୟ ମୋ ସହିତ ନିଜେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆଶ୍ବାସନା ଦେଇଛନ୍ତି । ଆମକୁ ଆଉ କେହି ମାନସିକ ଆଘାତ ଦିଅନ୍ତୁ ନାହିଁ । ମୁଁ ଶେଷ ପର୍ଯ୍ୟନ୍ତ ଲଢେଇ ଜାରି ରଖିବି ।
