ଧଉଳିରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ନବୀନଙ୍କ କ୍ଷୋଭ

ଭୁବନେଶ୍ବରର ଧଉଳିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ କ୍ଷୋଭ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଛନ୍ତି ରାଜଧାନୀର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅତ୍ୟନ୍ତ ସ୍ପର୍ଶକାତର ଓ ବିଚଳିତ କରିବା ପରି ବିଷୟ। ବର୍ବରତା ଓ ଅରାଜକତା ସୀମା ଟପୁଛି। ରାଜ୍ୟ ରାଜଧାନୀ ଅସୁରକ୍ଷିତ ହୋଇ ପଡ଼ିଛି। ଭୟଶୂନ୍ୟ ହେଉଛନ୍ତି ଅପରାଧୀ, ବିଶ୍ଵନୀୟତା ହରାଉଛନ୍ତି ସରକାର। ଆଇନ ଶୃଙ୍ଖଳା ଆଉ କେତେ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ ବୋଲି ପ୍ରଶ୍ନ କରିଛନ୍ତି ନବୀନ । ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ବିଜେପି ସରକାରର ଅପାରଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି । ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ । ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ ବୋଲି ନବୀନ ଲେଖିଛନ୍ତି ।

ଅଧିକ ପଢନ୍ତୁ