ଧର୍ମଗଡ଼ ଉପଜିଲ୍ଲାପାଳଙ୍କୁ ଭିଜିଲାନ୍ସ ଗିରଫ ପରେ ନିଲମ୍ବନ କଲେ ସରକାର

ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ନିଲମ୍ବିତ । ଭିଜିଲାନ୍ସ ଗିରଫ ପରେ ନିଲମ୍ବନ କଲେ ସରକାର । ଫାଇଲରେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ପରେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା । ସୂଚନାଥାଉକି, ଜଣେ କ୍ରସର ବ୍ୟବସାୟୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିବା ପରେ ଆଇଏଏସ ଅଧିକାରୀ ଧୀମନ ଚକମାଙ୍କ ଅଫିସ ଓ ବାସ ଭବନରେ ଚଢ଼ଉ ହୋଇଥିଲା। ଚଢ଼ଉ ବେଳେ ତାଙ୍କ ବାସଭବନରୁ ନଗଦ ୪୭ ଲକ୍ଷ ଟଙ୍କା ଜବତ ହୋଇଥିଲା। ଆଇନଗତ କାର୍ଯ୍ୟାନୁଷ୍ଠାନର ଭୟ ଦେଖାଇ ସବକଲେକ୍ଟର ଧୀମନ ଚକମା ଜଣେ ସ୍ଥାନୀୟ କ୍ରସର ବ୍ୟବସାୟୀଙ୍କୁ ୨୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ପ୍ରଥମ କିସ୍ତିରେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଟ୍ରାପ କରିଥିଲା ଭିଜିଲାନ୍ସ। ତାଙ୍କ ଅଫିସ ଓ ବାସଭବନରେ ରେଡ୍ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି।

ଅଧିକ ପଢନ୍ତୁ

kc ads