ଧର୍ମଶାଳା ABDOଙ୍କ ଘରେ ପଶିଲା ଭିଜିଲାନ୍ସ ।

ଧର୍ମଶାଳା ABDOଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ଅତିରିକ୍ତ ବ୍ଲକ୍‌ ଉନ୍ନୟନ ଅଧିକାରୀ ଅସିତ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ । ଯାଜପୁର ରୋଡ୍ କହ୍ନେଇପୁରରେ ଥିବା ତାଙ୍କ ୪ ମହଲା କୋଠା, କଟକ ଚାଉଳିଆଗଞ୍ଜରେ ଥିବା ମେଟ୍ରୋ ଆପାର୍ଟମେଣ୍ଟରେ ଚଢାଉ ହେଉଛି । ସେହିପରି ଯାଜପୁର ଗରଡେଶ୍ବରରେ ଥିବା ପୈତୃକ ଘର, ଧର୍ମଶାଳରେ ଥିବା ସରକାରୀ ବାସଭବନ ଓ ଅଫିସରେ ରେଡ୍ ହେଉଛି । ଏହା ସହ ଭଦ୍ରକ ସାନବସନ୍ତ ଗାଁରେ ଥିବା ସମ୍ପର୍କୀୟଙ୍କ ଘର ଓ ଭୁବନେଶ୍ବର ଚନ୍ଦ୍ରଶେଖରପୁରରେ ଥିବା ଘରବାଡ଼ି ଜମିରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । କଟକ ସ୍ପେସିଆଲ ଜଜ୍‌ଙ୍କ ଦ୍ୱାରା ୱାରେଣ୍ଟ ଜାରି ହେବା ପରେ ଏହି ଚଢାଉ କରାଯାଇଛି । ଏହି ରେଡ୍‌ରେ ୮ ଜଣ DSP, ୯ ଜଣ ଇନିସ୍ପେକ୍ଟରଙ୍କ ସମେତ ଅନ୍ୟ ଅଧିକାରୀ ସାମିଲ ହୋଇଛନ୍ତି ।

ଅଧିକ ପଢନ୍ତୁ

kc ads