ନବ ନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଜଭବନର ଅଭିଷେକ ହଲ୍ ଠାରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତଭାବେ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ପବିତ୍ର ମଣ୍ଡଳ ଏବଂ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ ।ଏହା ସହିତ ପୂର୍ବତନ IPS ପ୍ରଣବନ୍ଧୁ ଆଚାର୍ଯ୍ୟ, ହାଇକୋର୍ଟ ଆଇନଜୀବୀ କଳ୍ପନା ପଟ୍ଟନାୟକ, ଅବସର ପ୍ରାପ୍ତ IAS ପବିତ୍ର ମଣ୍ଡଳ ସୂଚନା ଆୟୁକ୍ତ ଭାବେ ଶପଥ ନେଇଛନ୍ତି । ଏହି ଉତ୍ସବରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଦେବ ପ୍ରସାଦ ଦାସ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
