ନବୀନଙ୍କୁ ଫୋନ୍ କରି ସ୍ୱାସ୍ଥ୍ୟ ବିଷୟରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।ନବୀନଙ୍କ ଅସ୍ତ୍ରୋପଚାର ଖବର ପ୍ରକାଶ ପାଇବା ପରେ ଓଡ଼ିଶା ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ଲୋକମାନେ ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା ଓ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାମୁତାବକ ନବୀନ ପଟ୍ଟନାୟକ ନିକଟରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭିକାଲ ଆର୍ଥ୍ରାଇଟିସର ଅସ୍ତ୍ରୋପଚାର କରିଥିଲେ। ଜୁନ ୨୨ରେ ତାଙ୍କର ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ ହୋଇଥିଲା ଏବଂ ସେ ବର୍ତ୍ତମାନ ଆଇସିୟୁରୁ ଏକ ବ୍ୟକ୍ତିଗତ କକ୍ଷକୁ ସ୍ଥାନାନ୍ତରିତ ହୋଇଛନ୍ତି, ଯାହା ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତିର ସଙ୍କେତ ଦେଉଛି।

ଅଧିକ ପଢନ୍ତୁ

Odisha Darpan Digital