ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ଘଟିଛି ଶହେଟି ହତ୍ୟା

ବିଧାନସଭା ଆରମ୍ଭରେ ସେମବାର ଗୃହରେ ସୁଭଦ୍ରା ଯୋଜନାକୁ ନେଇ ହୋହଲ୍ଲା ହୋଇଛି। ପରେ ଶୂନ୍ୟ କାଳରେ ପ୍ରଦ୍ୟୁମ୍ନ ନାୟକଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଉତ୍ତର ରଖିଛନ୍ତି। ସେ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କ ଅଞ୍ଚଳରେ ଘଟିଛି ଶହେ ହତ୍ୟା। ସେହି ହତ୍ୟା ଘଟଣାରେ ମୋଟ୍ ୩୨୮ ଜଣ ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଧରା ଯାଇଛି ଏବଂ କୋର୍ଟ ହାଜତକୁ ପଠାଯାଇଛି ।

୧୦୦ ମାମଲାରୁ ୯ଟି ମାମଲାରେ ଦୋଷୀଙ୍କୁ ଦଣ୍ଡିତ କରାଯାଇଛି।୨୨ଟି ମାମଲାରେ ଦୋଷମୁକ୍ତ, ୬୯ ମାମଲା ବିଚାରାଧୀନ ରହିଛି।

ସେହିପରି ପରି ଗଞ୍ଜାମ ଜିଲ୍ଲାରେ ଅପରାଧୀଙ୍କୁ ଧରିବା ସମୟରେ ପୁଲିସ ଉପରକୁ ୩୭ ଟି ମାମଲାରେ ଅପରାଧୀ ଚଳାଇଛନ୍ତି ଗୁଳି। ଅପରାଧୀଙ୍କ ଗୁଳି ଚାଳନା ସମୟରେ ୬୩ ଜଣ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଗଞ୍ଜାମ ଜିଲ୍ଲାରେ ୩୭ ଟି ମାମଲାରେ ୪୧ ଜଣ ଅପରାଧୀଙ୍କୁ ଏନକାଉଣ୍ଟର କରାଯାଇଛି।

ଅଧିକ ପଢନ୍ତୁ