ବହୁ ଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା । ଅଭିଯୁକ୍ତ ଗୋପାଳ ଦାସଙ୍କ ପରିବାରର ସଦସ୍ୟମାନଙ୍କୁ ପଚରାଉଚରା କରୁଛି କ୍ରାଇମ୍ବ୍ରାଞ୍ଚ୍ ଟିମ୍ । ଗୋପାଳର ବଡ଼ଭାଇ ସହ ପୁତୁରାକୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ । ଗତକାଲି ଟାଉନ ଥାନାରେ ପଚରାଉଚରା କରିଥିବା ସୂଚନା ରହିଛି । ଗୋପାଳଙ୍କ ପରିବାର ପକ୍ଷରୁ ଏନେଇ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।ଗୋପାଳଙ୍କ ପୁତୁରା ପ୍ରଦୀପ ଦାସ ଏବଂ ପୁଅ ମନୋଜର ମଧ୍ୟ ବୟାନ ରେକର୍ଡ କରାଯାଇଛି । ପୂର୍ବରୁ ଗୋପଳଙ୍କ ପତ୍ନୀଙ୍କ ବୟାନ ରେକର୍ଡ ହୋଇଥିଲେ ମଧ୍ୟ ଆଉ ଥରେ ତାଙ୍କୁ ପଚରାଉଚରା କରି ବୟାନ ରେକର୍ଡ କରାଯିବ ବୋଲି କ୍ରାଇମ୍ବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି । ସେପଟେ ଅଭିଯୁକ୍ତ ଗୋପାଳଙ୍କ ମୋବାଇଲ ପୁଣି ଥରେ ଯାଞ୍ଚ କରାଯାଉଛି । ଘଟଣାର ୬ମାସ ପୂର୍ବରୁ କଲ ଡିଟେଲ ସଂଗ୍ରହ କରାଯାଉଛି । ଏହି ଅବଧି ଭିତରେ ଗୋପାଳ ସହ କଥା ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ କିଛି ନମ୍ବର ସନ୍ଦେହ ଘେରକୁ ଆସିଛି ।
