ନାଟ୍ୟଧାରା ପକ୍ଷରୁ ମାର୍ଚ୍ଚ ୧ରୁ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା

ନୟାଗଡ଼,(ଓଡିଶା ଦର୍ପଣ):ଚଳିତ ବର୍ଷ ମାର୍ଚ୍ଚ ୧ରୁ ସପ୍ତାହବ୍ୟାପୀ ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧ ରୁ ୭ ତାରିଖ ଯାଏଁ ନାଟକ ମହୋତ୍ସବ ଆୟୋଜନ କରିବ । ଚଳିତ ବର୍ଷ ଭୁବନେଶ୍ବର, ସମ୍ବଲପୁର, କଟକ ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନଙ୍କ ସହିତ ନାଟକ ମଞ୍ଚସ୍ଥ ନିମନ୍ତେ ଯୋଗାଯୋଗ କରାଯାଉ ଅଛି । ପ୍ରତ୍ୟହ ସନ୍ଧ୍ୟା ୭ ଘ. ୩୦ ମିନିଟ ସମୟରେ ଆରମ୍ଭ ହେବାକୁ ଥିବା ନାଟକ ଗୁଡିକ ଥିଏଟର ଶୈଳୀରେ ପ୍ରଦର୍ଶିତ ହୋଇ ସର୍ବାଧିକ ଦୁଇ ଘଣ୍ଟା ଅବଧି ମଧ୍ୟରେ ପରିସମାପ୍ତ ହେବ । ନାଟକ ସମୂହ ସାଂପ୍ରତିକ ସମାଜ ଭିତ୍ତିକ ହୋଇ ଦର୍ଶକୀୟ ଆଦୃତି ଲାଭ କରିବ ବୋଲି ଆଶା ଓ ବିଶ୍ଵାସ । ଉଲିଖିତ ରାଜ୍ୟସ୍ତରୀୟ ନାଟ୍ୟମେଳାକୁ ପରିପୂର୍ଣ୍ଣ ଉପଭୋଗ ପୂର୍ବକ ମଞ୍ଚମୁଖି ହେବା ସକାଶେ ନାଟ୍ୟପ୍ରେମୀଙ୍କୁ ନାଟ୍ୟନୁଷ୍ଠାନ ପକ୍ଷରୁ ଆନ୍ତରିକ ନିବେଦନ କରାଯାଇଛି। ଏ ନେଇ ସ୍ଥାନୀୟ ବୁଦ୍ଧ ମଣ୍ଡପ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନାଟ୍ୟଧରା ନାଟ୍ୟନୁଷ୍ଠାନର ସଭାପତି ସମାଜସେବୀ ପ୍ରମୋଦ ପଟ୍ଟନାୟକ,ନାଟ୍ୟଭୁଷଣ ଡ. ବିଜୟ କୁମାର ଚୌଧୁରୀ ଓ ସମ୍ପାଦକ ଲକ୍ଷ୍ମୀଧର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ଅନୁଷ୍ଠିତ ହେବାକୁ ଥିବା ନାଟ୍ୟମେଳା ସଫଳ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।
.

ଅଧିକ ପଢନ୍ତୁ

kc ads