ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମରେ ଗିରଫ ହେଲେ କନେଷ୍ଟବଳ

ଖାକିରେ ଲାଗିଲା ଦାଗ । ରକ୍ଷକ ସାଜିଥିବା ପୋଲିସ ନିଜେ ପାଲଟିଲା ଭକ୍ଷକ । ପୋଷାକର ମର୍ଯ୍ୟାଦାକୁ ଭୁଲି ସମ୍ପର୍କୀୟ ଭାଣିଜୀଙ୍କୁ ଦୁଷ୍କର୍ମ କରିବା ଉଦ୍ୟମ କରି ଗିରଫ ହୋଇଛନ୍ତି କନେଷ୍ଟବଳ ବିରଞ୍ଚି ମୁଣ୍ଡା । ସୂଚନା ଅନୁସାରେ ଆଦିବାସୀପଡ଼ାର ଜଣେ ୧୪ ବର୍ଷିୟ ନାବାଳିକା ସମ୍ପର୍କରେ ଭାଣିଜୀ ହେବେ । ତାଙ୍କୁ ଶୀତଳ ଷଷ୍ଠୀ ଯାତ୍ରା ଦେଖାଇବାକୁ ନେଇ କନଷ୍ଟେବଳ ଜଣଙ୍କ ଦୁଷ୍କର୍ମ ଉଦ୍ୟମ କରିଥିଲେ । କିନ୍ତୁ ନାବାଳିକା ଜଣକ ଉପସ୍ଥିତ ବୁଦ୍ଧି ଲଗାଇ ଘଟଣାସ୍ଥଳରୁ ଖସି ଆସିଥିଲେ । ଏହି ସମ୍ପର୍କରେ ଜଣାପଡ଼ିବା ପରେ ପଡ଼ାରେ ଉତ୍ତେଜନା ପ୍ରକାଶ ପାଇଥିଲା । ପରିବାର ସହ ସ୍ଥାନୀୟ ବାସିନ୍ଦା ଥାନାକୁ ଯାଇ ଏତଲା ଦେଇଥିଲେ । ପୋଲିସ ପୋକ୍ସୋ ଆକ୍ଟରେ ଏକ ମାମଲା ରୁଜୁ କରି ଅଭିଯିକ୍ତଙ୍କୁ ଗିରଫ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।

ଅଧିକ ପଢନ୍ତୁ

kc ads