ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହୋଇଛି । ତେବେ ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ଆଗାମୀ ଦୁଇ ଦିନରେ ମୌସୁମୀ ଉତ୍ତର-ପୂର୍ବ ରାଜ୍ୟ ଛୁଇଁବ । ତେବେ ଗତବର୍ଷ ଜୁନ୍ ୮ ରେ ଓଡ଼ିଶା ଛୁଇଁଥିଲା ମୌସୁମୀ ବାୟୁ ।ଏପଟେ ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା । ୩୧ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
