ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲୀପ କୁମାର ଘୋଷ ଗିରଫ 

ବାଲେଶ୍ବର ଏଫଏମ (FM) କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ଗିରଫ ହେଲେ FM କଲେଜ ନିଲମ୍ବିତ ପ୍ରିନସିପାଲ ଗିରଫ । ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷଙ୍କୁ ଗିରଫ କରାଯାଇଛି । ଦିଲ୍ଲୀପ ଘୋଷଙ୍କୁ ଗିରଫ କରିଛି ସହଦେବଖୁଣ୍ଟା ପୋଲିସ ।ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ। ବର୍ତ୍ତମାନ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଉଭୟେ ଗିରଫ।ସେପଟେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାକୁ ଦୁର୍ଭାଗ୍ୟଜନକ କହିଛନ୍ତି, ଫକୀରମୋହନ ବିଶ୍ବବିଦ୍ୟାଳୟ କୁଳପତି ସନ୍ତୋଷ ତ୍ରିପାଠୀ । ସେ କହିଛନ୍ତି ଲାଗୁଛି ଯେ ପ୍ରଶାସନିକ ତଦନ୍ତରେ ବିଳମ୍ବ ହେଲା । ସେଥିପଇଁ ଏମିତି ଏକ ଅଘଟଣ ଘଟିଲା । କଲେଜ ଅଧ୍ୟକ୍ଷ ତୁରନ୍ତ ପଦକ୍ଷେପ ନେବାର ଆବଶ୍ୟକତା ଥିଲା । ଏପରି ସମ୍ବେଦନଶୀଳ ମାମଲାରେ ଅଧ୍ୟକ୍ଷ ୪୮ ଘଣ୍ଟା ଭିତରେ ତଦନ୍ତ ରିପୋର୍ଟ ମାଗିବାର ଥିଲା ।ରବିବାର ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ କାଳୀ ପ୍ରସନ୍ନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ଯାଇ ପ୍ରାଥମିକ ତଦନ୍ତ କରିଥିଲେ।

ଅଧିକ ପଢନ୍ତୁ

Odisha Darpan Digital