ନିଶାଙ୍କ ଅଶ୍ଳୀଳ ନାଚ ଭାଇରାଲ ପରେ ୧୭ ଆୟୋଜକ ଗିରଫ, ବଦଳିଲେ ଉପ ଜିଲାପାଳ

ଛତିଶଗଡ଼ ଉରମାଳରେ ଓଡ଼ିଶାର ବନଦୁର୍ଗା ଗଣନାଟ୍ୟକୁ ଗତ ୪ରୁ ୧୦ ତାରିଖ ଯାଏଁ ଯାତ୍ରା ପରିବେଷଣ ପାଇଁ ଅନୁମତି ମିଳିଥିଲା। ୯ ତାରିଖ ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗର୍ଲ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଯାହାକି ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରବର୍ତ୍ତୀ ସମୟରେ ଗରିଆବନ୍ଦ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ୧୦ ତାରିଖରେ ଯାତ୍ରାକୁ ବନ୍ଦ କରାଯାଇଥିଲା। ବର୍ତ୍ତମାନ ଏହି ଘଟଣା ଛତିଶଗଡ଼ରେ ଚର୍ଚ୍ଚାର ବିଷୟ ହୋଇଛି।ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଛତିଶଗଡ଼ ପୋଲିସ ୧୭ଜଣ ଆୟୋଜକଙ୍କୁ ଗିରଫ କରିଥିବା ବେଳେ ଅପେରା ପାଇଁ ଅନୁମତି ଦେଇଥିବା ଉପଜିଲାପାଳ ତୁଳସୀଦାସ ମକରମ୍‌ଙ୍କୁ ଅନ୍ୟତ୍ର ବଦଳି କରାଯାଇଛି।

ଅନ୍ୟପକ୍ଷେ ଯାତ୍ରା ପରିବେଷଣ ବେଳେ ଉପସ୍ଥିତ ଥିବା ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ୱନ କରାଯାଇଛି। ଏହି ସୂଚନା ଦେଇଛନ୍ତି ଗରିଆବନ୍ଦ ଜିଲାପାଳ। ଆଗକୁ ଏଭଳି ଘଟଣାର ପୁନରାବୃତ୍ତି ଯେଭଳି ନ ହେବ ସେଥିପ୍ରତି କଡ଼ା ନଜର ରଖାଯାଇଥିବା ଗରିଆବନ୍ଦ ଅତିରିକ୍ତ ଏସ୍‌ପି ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି।

ଅଧିକ ପଢନ୍ତୁ