ନୂଆପଡ଼ା ଉପନିର୍ବାଚନ ଫଳାଫଳ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍- ଗଣତନ୍ତ୍ରର ହୋଇଛି ବିଜୟ

ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ଐତିହାସିକ ବିଜୟ ଓଡ଼ିଶାର ନୂଆପଡ଼ା ଉପନିର୍ବାଚନରେ ଦଳର ସଫଳତା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ବିହାର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଜନସାଧାରଣ, ବିଜେପିର ଶୀର୍ଷ ନେତୃତ୍ୱ ତଥା କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ନୂଆପଡ଼ା ଉପନିର୍ବାଚନ ଫଳାଫଳ ସମ୍ପର୍କରେ ଶ୍ରୀ ପ୍ରଧାନ ଏକ୍ସରେ ପୃଥକ ପୋଷ୍ଟରେ ଦଳର ବିଜୟୀ ପ୍ରାର୍ଥୀ ଶ୍ରୀ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ନୂଆପଡ଼ାବାସୀଙ୍କ ସହ ଗଣତନ୍ତ୍ରର ବିଜୟ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ.ପି ନଡ୍ଡା, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ତଥା ଆମ ଦଳ ଉପରେ ବିଶ୍ୱାସ କରି ଭୋଟ ଦେଇଥିବାରୁ ନୂଆପଡ଼ାର ଜନସାଧାରଣ ଏବଂ କଠିନ ପରିଶ୍ରମ କରିଥିବା କାର୍ଯ୍ୟକର୍ତ୍ତାଙ୍କୁ କୃତଜ୍ଞତା ଜଣାଉଛି ।

ଅଧିକ ପଢନ୍ତୁ

Odisha Darpan Digital