ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା

ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢ଼ୀ। ସ୍ବତନ୍ତ୍ର ବ୍ୟାରିକେଡ ଯୋଗେ ନୂଆବର୍ଷରୁ ଶ୍ରୀଜିଉଙ୍କ ଶ୍ରଦ୍ଧାଳୁମାନେ ଦର୍ଶନ କରିବେ। ଏନେଇ ଓବିସିସି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଥିବା ପାଢ଼ୀ କହିଛନ୍ତି। ତେବେ ଦିବ୍ୟାଙ୍ଗ ଭକ୍ତଙ୍କ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ନେଇ ଖୁବଶୀଘ୍ର ସେବାୟତଙ୍କ ସହ ଆଲୋଚନା କରାଯିବ।ଅନ୍ୟପଟେ ଆନନ୍ଦ ବଜାରରେ ଶୃଙ୍ଖଳାକୁ ଆହୁରି କଡ଼ାକଡ଼ି କରାଯିବ। ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଏକ ଅନୁଧ୍ୟାନ କମିଟି ଗଠନ କରାଯାଇଛି ।

ତଦାରଖ ଓ ବିଶୃଙ୍ଖଳା ରୋକିବାକୁ ୨୦ଜଣ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି । ଏମାନେ ପର୍ଯ୍ୟାୟକ୍ରମେ ୮ ଘଣ୍ଟିଆ ଡ୍ୟୁଟି କରୁଛନ୍ତି । ଏହାସହ ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ କ୍ଷେତ୍ରରେ ବି କଟକଣା ଲଗାଯାଇଛି । ଦୋକାନ ମାଲିକଙ୍କ ବ୍ୟତୀତ ଅନ୍ୟ କେହି ମହାପ୍ରସାଦ ଦୋକାନ ଚଳାଇ ପାରିବେନି ବୋଲି ବାଧ୍ୟତାମୂଳକ କରାଯାଇଛି ।

ଅଧିକ ପଢନ୍ତୁ