ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ ନୂଆବର୍ଷରେ ୧୨ଟି ଜିଲାକୁ ଶୀତ ଲହରି ଓ ଘନ କୁହୁଡି ପାଇଁ ୟେଲୋ ୱାର୍ନିିଂ ଜାରି କରିଛି ପାଣିପାଗ ବିଭାଗ।ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୩ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ପାଲଟିଥିଲା।ବୁଧବାର ଓ ଗୁରୁବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜରେ ଅତ୍ୟଧିକ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ଓ ଶନିବାର ଜଗତ୍ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାକୁ ଘନ କୁହୁଡ଼ି ପାଇଁ ଓ୍ବାର୍ନିଂ ଜାରି ହୋଇଛି।
