ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟରେ ଦଳର ବିଭିନ୍ନ କାର୍ଯ୍ୟ କଳାପର ରାଜ୍ୟସ୍ତରୀୟ ସଂଯୋଜକ କମିଟି ଗଠନ କରି ସୋମବାର ନାମ ଘୋଷଣା କରିଛନ୍ତି। ଏହି କମିଟିରେ ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ୧୫ ଜଣିଆ ଟିମର ନାମ ଘୋଷଣା କରାଯାଇଛି। କମିଟିରେ ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମ ଆରୁଖ, ପ୍ରତାପ କେଶରୀ, ପ୍ରଦୀପ କୁମାର ଅମାତ, ଅରୁଣ ସାହୁ, ଅଶ୍ବିନୀ ପାତ୍ର, ପ୍ରତାପ ଜେନା, ଶରଦ ପ୍ରସାଦ ନାୟକ, ସୁଦାମ ମାରାଣ୍ଡି, ସ୍ନେହାଙ୍ଗିନୀ ଛୁରିଆ ସାମିଲ ଅଛନ୍ତି ।
ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ପୂର୍ବତନ ବିଧାୟକ ଆଚାର୍ଯ୍ୟଙ୍କ ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ରାଜ୍ୟ ସ୍ତରୀୟ ଏହି କମିଟିର ସଦସ୍ୟ ମନୋନୀତ କରିଥିବାରୁ ବିଜେଡି ସୁପ୍ରିମୋଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି।