ପଞ୍ଚଭୂତରେ ଲୀନ ହେଲା ଉତ୍ତମଙ୍କ ପାର୍ଥିବ ଶରୀର

ଆରପାରିରେ ପ୍ରସିଦ୍ଧ ଅଭିନେତା ଉତ୍ତମ ମହାନ୍ତି । ଶୋକସନ୍ତପ୍ତ ପରିବାର, ପ୍ରଶଂସକ ଉତ୍ତମଙ୍କୁ ଶେଷ ବିଦାୟ ଦେଇଛନ୍ତି । ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମ ମହାନ୍ତିଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ପ୍ରଦାନ କରାଯାଇ ଥିଲା । ଉତ୍ତମଙ୍କୁ ମୁଖାଗ୍ନୀ ଦେଇଛନ୍ତି ପୁଅ ବାବୁସାନ୍ । ଶ୍ମଶାନ ବାହାରେ ସମର୍ଥକଙ୍କ ପ୍ରବଳ ଗହଳି ଲାଗିଛି। ଅଫେରା ରାଇଜରେ ଉତ୍ତମ ମହାନ୍ତିଙ୍କୁ ଝୁରୁଛନ୍ତି ପରିବାର ଏବଂ ପ୍ରଶଂସକ ।

ମାତ୍ର ୬୭ ବୟସରେ ଚିରନିଦ୍ରାରେ ଶୋଇ ଯାଇଛନ୍ତି ଏହି ଏଭରଗ୍ରୀନ ଷ୍ଟାର । ୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ଶ୍ରେଷ୍ଠ ଅଭିନେତା ଭାବେ ୩ଟି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର, ଇନ୍ଦିରାଗାନ୍ଧୀ ପ୍ରିୟଦର୍ଶିନୀ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ।

ଅଧିକ ପଢନ୍ତୁ

kc ads