କନ୍ଧ ମାଳ ଜିଲ୍ଲା ଖଜୁରିପଡା ବ୍ଲକ ଚାରୀପଡl ର ପଦ୍ମଶ୍ରୀ ପୂର୍ଣାମାସି ଯାନି ଅସୁସ୍ଥ ହୋଇପଡ଼ିଛନ୍ତି l ତାଙ୍କୁ ପ୍ରଥମେ ଖଜୁରୀପଡ଼ା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କର ଗୋଡ଼, ହାତ ଫୁଲିବା ସହ ରକ୍ତହୀନତା ଥୁବା ଜଣାପଡିଛି। ବର୍ତ୍ତମାନ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଭାଗରେ ରଖ୍ ଚିକିତ୍ସା କରାଯାଉଛି। ସ୍ବାସ୍ଥ୍ୟ ଅବସ୍ଥା ଏବେ ସ୍ଥିର ଥିବା ଡାକ୍ତର କହିଛନ୍ତି। ସୂଚନାଯୋଗ୍ୟ, ରବିବାର ସକାଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଖଜୁରୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ଫୁଲବାଣୀ ସ୍ଥାନାନ୍ତର କରାଯାଇଥିଲା। ପୂର୍ଣ୍ଣମାସୀଙ୍କ ବୟସ ଏବେ ୮୨। ଜଣେ ଆଦିବାସୀ ସନ୍ଥ ଏବଂ ଆଣ୍ଠୁ କବି ଭାବେ ଜଣାଶୁଣା ପୂର୍ଣ୍ଣମାସୀଙ୍କୁ ୨୦୨୧ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ତାଡିସରୁ ବାଇ ହିସାବରେ ପରିଚିତ ପୂର୍ଣ୍ଣମାସୀଙ୍କ ରାଜ୍ୟ ତଥା ରାଜ୍ୟ ବାହାରେ ବହୁ ସଂଖ୍ୟାରେ ଅନୁଗାମୀ ରହିଛନ୍ତି। ଜିଲ୍ଲାବାସୀ ତାଙ୍କ ସ୍ବାସ୍ଥ୍ୟ ନେଇ ଉଦ୍ବେଗ ପ୍ରକାଶ କରିବା ସହିତ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
