ପଦ୍ମ ବିଜେତାଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ରାଜ୍ୟ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ମିଳିବ। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାରପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇପାରିବେ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

ଅଧିକ ପଢନ୍ତୁ

Odisha Darpan Digital