ପବିତ୍ର ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।ପବିତ୍ର ମକର ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କୁ ଲାଗି ହେବ ମକର ଚୂଳ । ଆଜିଠୁ ସୂର୍ଯ୍ୟଙ୍କ ଉତ୍ତରାୟଣ, ସେଥିପାଇଁ ଆଜି ଦିନର ଗୁରୁତ୍ବ ରହିଛି । ଘରେ ଘରେ ମକର ଚାଉଳ ପୂଜା ହେବାର ପରମ୍ପରା ରହିଛି ।

ଏହାସହ ସାରା ରାଜ୍ୟରେ ମକର ଉତ୍ସବ ଆରମ୍ଭ ହୋଇଛି ।ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି। ପୌଷ ମାସ ହେତୁ ଅଟକି ଯାଇଥବା ଶୁଭ କାର୍ଯ୍ୟ ମକର ସଂକ୍ରାନ୍ତି ଠାରୁ ପୁଣି ଆରମ୍ଭ ହୋଇଯାଏ। ଏହି ପର୍ବକୁ ଦେଶର କୋଣ ଅନୁକୋଣରେ ଲୋକ ଭିନ୍ନ ଭିନ୍ନ ଭାବେ ପାଳନ କରିଥାନ୍ତି ।

ଅଧିକ ପଢନ୍ତୁ

kc ads