ପରଲୋକରେ ପୂର୍ବତନ ମନ୍ତ୍ରୀ ରୋଜେନ୍ଦ୍ର ଢୋଲକିଆ । ୬୯ ବର୍ଷ ବୟସରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ହୋଇଛି । ଚେନ୍ନାଇ ସ୍ଥିତ ଘରୋଇ ହସ୍ପିଟାଲରେ ସେ ଆଜି ଆଖି ବୁଝିଛନ୍ତି । ୪ ଥରର ବିଧାୟକ ହୋଇଛନ୍ତି ରାଜେନ୍ଦ୍ର ଡ଼ୋଲକିଆ । ୧୯୫୬ ମସିହାର ନଭେମ୍ବର ୨୦ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଜନ୍ମ । ବାପାଙ୍କ ନାମ ରସିକଲାଲ ଢୋଲକିଆ ଓ ପତ୍ନୀଙ୍କ ନାମ କଳ୍ପନା ଢୋଲକିଆ । ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ନବୀନଙ୍କ ୫ମ ପାଳିରେ ମନ୍ତ୍ରିମଣ୍ଡଳରେ ନୂଆପଡାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ କ୍ୟାବିନେଟରେ ସାମିଲ କରାଯାଇଥିଲା । ବିଜେଡି ବିଧାୟକଙ୍କ ଦେହାନ୍ତ ଖବର ଶୁଣି ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ ସୋସିଆଲ ମିଡିଆ ହ୍ୟାଣ୍ଡେଲ୍ ଏକ୍ସରେ ପୋଷ୍ଟ ସେୟାର କରି କହିଛନ୍ତି, “ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି”