ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ ଅଛନ୍ତି। ଏବେ ନୂଆ ରୂପରେ ସଜେଇ ହୋଇଛି ଭିତରକନିକା । ପର୍ଯ୍ୟଟକମାନେ ଭିତରକନିକାରେ ଲୁଣା ଜାତୀୟ ଗଛଗୁଡ଼ିକର ଚାରାକୁ ମ୍ୟାନ୍ଗ୍ରୁଭ୍ ନର୍ସରୀରେ ଦେଖିବାର ସୁଯୋଗ ପାଇବେ। ଏନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତାମୂଳକ କରାଯାଇଛି । ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ । ଭିତରକନିକାରେ ପର୍ଯ୍ୟଟକମାନେ ଜଳପଥରେ ବଉଳା କୁମ୍ଭୀର, ଦେଶୀ ଓ ବିଦେଶୀ ପକ୍ଷୀ, ହରିଣ, ବାର୍ହା, ସମ୍ବର, ଝିଙ୍କ ଆଦି ନାନା ପଶୁପକ୍ଷୀ ଓ ମ୍ୟୁଜିୟମ ଦେଖିବା ସହ ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ସ୍କାଏ ୱାକ୍ ବ୍ରିଜ, ୱାଚ୍ ଟାଓା୍ୱର, ସେଲ୍ଫଫି ପଏଣ୍ଟ, ମ୍ୟାନଗ୍ରୁଭ ମେଟା ନର୍ସରୀ, ବୋଟ ଲାଇବ୍ରେରୀ, ସହିଦ ସ୍ତମ୍ଭ, କୁମ୍ଭୀର ପ୍ରଜନନ କେନ୍ଦ୍ର ଆଦି ଦେଖିପାରିବେ ।
