କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ସେହିପରି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୭ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବ ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ୧୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି ।