ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟରେ ଆହୁରି ୨୪ ଘଣ୍ଟା ପ୍ରବଳ ଶୀତ ଲହରି ଜାରି ରହିବ। ଏଥିପାଇଁ ୧୬ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ପଶ୍ଚିମା ଝଡ଼ ପ୍ରଭାବରେ ଦୁଇଦିନ ପରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି।୫ ଦିନ ଯାଏ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ କୁହୁଡ଼ି ଦେଖା ଯାଇପାରେ ।
ଶୀତ ସହ କଲବଲ କରୁଛି ଘନ କୁହୁଡି । ଦିନରେ ଥଣ୍ଡା ପବନ ମଧ୍ୟ ବହୁଛି । ! ବିଶେଷକରି ରାତିରେ ଶୀତର ପ୍ରକୋପ ଅଧିକ ରହୁଥିବାରୁ ଲୋକମାନେ ନିଆଁ ପୋଉଁଛନ୍ତି । କେନ୍ଦୁଝର, ସୁନ୍ଦରଗଡ଼ କନ୍ଧମାଳ, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରେ ହାଲୁକା ଠାରୁ ମଧ୍ୟମ କୁହୁଡ଼ି ଦେଖାଯିବା ସମ୍ଭାବନା ରହିଛି ।
