ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ଅପରାଧୀମାନଙ୍କୁ ଏପର୍ଯ୍ୟନ୍ତ ଧରାଯାଇନାହିଁ। ସେଦିନର ଘଟଣା ଭିଆଇଥିବା ତିନି ଜଣ ପାକିସ୍ତାନୀ ଆତଙ୍କବାଦୀଙ୍କ ପୋଷ୍ଟର ଜାରି କରିଛନ୍ତି ଏଜେନ୍ସି। ଶୋପିଆନ ଜିଲ୍ଲାର ଅନେକ ଅଞ୍ଚଳରେ ପୋଷ୍ଟର ଲଗାଯାଇଛି। ପହଲଗାମ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଲୋକଙ୍କ ବିଷୟରେ ସୂଚନା ଦେଉଥିବା ବ୍ୟକ୍ତିଙ୍କୁ ୨୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଛି।ଗତ ମାସରେ ପହଲଗାମର ବୈସରନ ଘାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା । ୧୭ ଜଣ ଆହତ ହୋଇଥିଲେ । ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରିଥିଲେ ।
ବୈସରନ ଆକ୍ରମଣରେ ସମ୍ପୃକ୍ତ ଦୁଇ ସ୍ଥାନୀୟ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି । ଏହି ଆକ୍ରମଣରେ ଦୁଇ ଜଣ ପାକିସ୍ତାନୀ ଆତଙ୍କବାଦୀ ମଧ୍ୟ ସାମିଲ ଅଛନ୍ତି । ସେମାନଙ୍କ ନାମ ଆଦିଲ ଅହମ୍ମଦ ଠାକୁର ଏବଂ ଆସିଫ ଶେଖ ବୋଲି କୁହାଯାଇଛି। ଏହି ଆତଙ୍କବାଦୀମାନେ ୧୫ ରୁ ୨୦ ମିନିଟ୍ ପର୍ଯ୍ୟନ୍ତ AK-୪୭ ସହିତ ଲଗାତାର ଗୁଳି ଚଳାଇଥିଲେ ।