ତ୍ରିସୁଳିଆ ନରଣ ପୁରରେ ଘଟିଛି ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ଭିତରେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ମୃତକ ୩ ଜଣ ହେଲେ ପଶ୍ଚିମବଙ୍ଗ ନଦିଆ ଜିଲ୍ଲାର ବାସିନ୍ଦା । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶୁକ୍ରବାର ତିନି ଜଣ ଶ୍ରମିକ ସେହି ଛାତର ସେଣ୍ଟ୍ରିଂ ଖୋଲିବାକୁ ଯାଇଥିବା ବେଳେ ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ପଡ଼ିଯାଇଥିଲେ। ତେବେ ସେହି ସମୟରେ ବାହାରେ ଥିବା ଅନ୍ୟ ଶ୍ରମିକମାନେ ଡାକିବାରୁ ଭିତରୁ କୌଣସି ଶବ୍ଦ ଆସି ନ ଥିଲା। ପରେ ଏନେଇ ବାରଙ୍ଗ ଅଗ୍ନିଶମ ଓ ପୋଲିସକୁ ଖବର ଦେଇଥିବା ବେଳେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ତିନି ଜଣଙ୍କୁ ଗୁରୁତର ଭାବେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି।