ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତଙ୍କୁ ଜମି ପଟ୍ଟା ଦିଆଯିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ଚଳିତବର୍ଷ ଡିସେମ୍ବର ଶେଷ ସୁଦ୍ଧା ଜମି ପଟ୍ଟା ଦେବା ଲାଗି ମନ୍ତ୍ରୀ ପୂଜାରୀ
ଝାରସୁଗୁଡ଼ାର ଏକ କାର୍ଯ୍ୟକ୍ରମରେ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, ଭୂମିହୀନ ଓ ବାସହୀନମାନଙ୍କୁ ତିନୋଟି କାଟେଗୋରିରେ ବିଭକ୍ତ କରାଯାଇଛି । ଯେଉଁ ଅନୁସାରେ, ଗ୍ରାମାଞ୍ଚଳରେ ପଟ୍ଟା ନଥିବା ହିତାଧିକାରୀ, ଗରିବଙ୍କୁ ୪ ଡିସିମିଲ ଲେଖାଏଁ ଜମି ପଟ୍ଟା ପ୍ରଦାନ କରାଯିବ । ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏଁ ଜମି ଦିଆଯିବ ।
ଏଥିସହ ସହରାଞ୍ଚଳରେ ବସ୍ତିବାସିନ୍ଦା ଓ ବାସହୀନଙ୍କୁ ଜମି ଯୋଗାଇ ଦେଉଛନ୍ତି ସରକାର । ତୃତୀୟରେ ଜଙ୍ଗଲ ଅଧିକାର ଆଇନରେ ଜଙ୍ଗଲ ଜମିକୁ ମଧ୍ୟ କିସମ ପରିବର୍ତ୍ତନ କରି ଦିଆଯାଉଛି ।ଅବଶିଷ୍ଟ ଗ୍ରାମ ରାଜସ୍ବ ଆଇନରେ ଆସୁ ନ ଥିବାରୁ ସେଗୁଡ଼ିକୁ ରାଜସ୍ବ ଗ୍ରାମ ଘୋଷଣା କରାଯାଇ ପାରିନାହିଁ। ଏ ସମ୍ବନ୍ଧରେ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଥିଲେ।