ପାଞ୍ଜିରେ ବିଭ୍ରାନ୍ତିକର ତଥ୍ୟ ଦେଲେ କାର୍ଯ୍ୟାନୁଷ୍ଠାନ-ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପଞ୍ଜିକା ସମନ୍ବୟ ନେଇ ଶେଷ ହେଲା ଗୁରୁତ୍ବପୂର୍ଣ୍ଣ ବୈଠକ। ତେବେ ଏହି ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ବୈଠକରେ ଶ୍ରୀମନ୍ଦିରର ବାର୍ଷିକ ପର୍ବପର୍ବାଣୀକୁ ଅନୁମୋଦିତ କରାଯାଇଛି । ଶ୍ରୀମନ୍ଦିରର ପ୍ରଚଳିତ ପର୍ବପର୍ବାଣୀ ତିଥିକୁ ନେଇ କୌଣସି ତାରତମ୍ୟ ରହିବ ନାହିଁ । ଭୁଲ୍ ରହିଲେ ଶ୍ରୀମନ୍ଦିର ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

ବର୍ତ୍ତମାନ ସୁଦ୍ଧା ପାଞ୍ଚଟି ପାଞ୍ଜିକା ରାଧାରମଣ,କୋହିନୁର, ଅରୁଣଦୋୟ, ଜି ଏ ନ ତ୍ରିପାଠୀ ଓ ଭାଗ୍ୟଦୀପ ପାଣ୍ଡୁଲିପି ଦାଖଲ କରିଛନ୍ତି । ସମସ୍ତ ଜନସାଧାରଣ ଏହି ପାଞ୍ଚୋଟି ପଞ୍ଜିକାକୁ ଗ୍ରହଣ କରିବେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଭୁଲ ରହିଲେ ଶ୍ରୀମନ୍ଦିର ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମସ୍ତ ଜନସାଧାରଣ ଏହି ପାଞ୍ଚୋଟି ପଞ୍ଜିକାକୁ ଗ୍ରହଣ କରିବେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

ଅଧିକ ପଢନ୍ତୁ