ପାଠ୍ୟ ପୁସ୍ତକ ତ୍ରୁଟି; ଅପରାଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

ପାଠ୍ୟ ପୁସ୍ତକରେ ତ୍ରୁଟି, ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ ହେବ । କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫ୍.ଆଇ.ଆର୍ କରିବାକୁ SCERT ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।ସୂଚନାନୁସାରେ,ପାଠ୍ୟପୁସ୍ତକରେ ହୋଇଥିବା ତ୍ରୁଟିର କାରଣ ଅନୁସନ୍ଧାନ କରିବା ପାଇଁ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଥିଲେ। କମିଟିର ରିପୋର୍ଟରେ ପାଠ୍ୟପୁସ୍ତକ ପ୍ରସ୍ତୁତି ଓ ପ୍ରକାଶନ ପ୍ରକ୍ରିୟାରେ ଗୁରୁତର ଅବହେଳା ଏବଂ ଅନିୟମିତତା ସାମ୍ନାକୁ ଆସିଥିଲା।ରିପୋର୍ଟ ଆଧାରରେ ଏସ୍‌ସିଇଆର୍‌ଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସମେତ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ପାଢ଼ୀ, ଦିଲ୍ଲୀପ କୁମାର ସାହୁ ଓ ଭାରତୀ ଟୁଡ଼ୁଙ୍କୁ ନିଲମ୍ବନ କରାଯାଇଛି। ଏହାବ୍ୟତୀତ ଆଉ ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଅଧିକ ପଢନ୍ତୁ