ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିଲା ଦେଶୀ ମଦ। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ। । ପାଖାପାଖି ୧୦ ହଜାର ଲିଟର ଦେଶୀ ମଦ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ଅବକାରୀ ଥାନା ପୁଲିସ୍ ୪ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଦେଶୀ ମଦ ସହ ୩ଟି ଚାରି ଚକିଆ ଗାଡି , ଦୁଇଟି ବାଇକ୍ ଏବଂ ଗୋଟିଏ ମେସିନ୍ ମଧ୍ୟ ଜବତ ହୋଇଛି।
