ପାନ ମସଲା ବିଜ୍ଞାପନ ଯୋଗୁଁ ଆଇନଗତ ସମସ୍ୟା ଜାଲରେ ଫସିଛନ୍ତି ବଲିଉଡର ତିନିଜଣ ଲୋକପ୍ରିୟ ଅଭିନେତା। ପାନ ମସଲାର ଏକ ବିଜ୍ଞାପନରେ ଭ୍ରମ ସୃଷ୍ଟି କରୁଥିବା ନେଇ ଶାହରୁଖ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ବିରୋଧରେ ଜୟପୁରର ଜିଲ୍ଲା ଉପଭୋକ୍ତା କମିଶନ ନୋଟିସ୍ ଜାରି କରିଛନ୍ତି।ଏକ ରିପୋର୍ଟ ଅନୁଯାୟୀ ଅଭିଯୋଗ କରାଯାଇଛି ଯେ ଏହି ତିନି ଅଭିନେତାଙ୍କ ପାନ ମସଲା ବିଜ୍ଞାପନ କରିଛନ୍ତି । ଯାହା ‘ବୋଲୋ ଜୁବାନ କେଶରୀ’ ଏବଂ ‘ଦାନେ ଦାନେ ମୈ କେଶର କା ଦମ୍’ ଟ୍ୟାଗଲାଇନ୍ ସହିତ ଆସିଥାଏ ।
ଏହି ବିଜ୍ଞାପନରେ ଶାହରୁଖ, ଟାଇଗର ଶ୍ରଫ ଏବଂ ଅଜୟ ଦେବଗନ ଅଛନ୍ତି । ତେବେ ଏହାକୁ କେନ୍ଦ୍ରକରି ଆବେଦନକାରୀ ଯୋଗେନ୍ଦ୍ର ସିଂହ ତିନି ଜଣ ଅଭିନେତାଙ୍କ ଉପରେ ଅଭିଯୋଗ କରିଛନ୍ତି ।ଆବେଦନକାରୀ ପାନ ମସଲାରେ କେଶର ଥିବା ନେଇ ମିଛ ବିଜ୍ଞାପନ କରୁଥିବା ନେଇ ଅଭିଯୋଗ କରିଛନ୍ତି । ଆବେଦନକାରୀ କହିଛନ୍ତି ଯେ ଶାହରୁଖ ଖାନ, ଟାଇଗର ଶ୍ରଫ ଏବଂ ଅଜୟ ଦେବଗନ ବଡ ତାରକା। ତେଣୁ ଲକ୍ଷ ଲକ୍ଷ ସମର୍ଥକ ସେମାନଙ୍କୁ ଅନୁସରଣ କରନ୍ତି । ଏଭଳି ପରିସ୍ଥିତିରେ ଏଭଳି ମିଥ୍ୟା ପ୍ରଚାର କରିବା ଆଦୌ ଠିକ୍ ନୁହେଁ । ମାର୍ଚ୍ଚ ୧୯ରେ ଏହି ମାମଲାର ଶୁଣାଣି ହେବ । ଅପରପକ୍ଷେ ତିନି ଅଭିନେତାଙ୍କୁ ନିଜ ନିଜର ପକ୍ଷ ରଖିବା ପାଇଁ ୩୦ ଦିନ ସମୟ ଦିଆଯାଇଛି ।