ପାରାଦୀପରେ ହେବ ନୂଆ ଏୟାରପୋର୍ଟ

ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି। ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।ଏଥିସହିତ ରାଜ୍ୟର ୧୫ଟି ଜିଲାରେ ହେଲିପୋର୍ଟ ନିର୍ମାଣ ଏବଂ ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ର (BPAC)ର ବିକାଶ ସମ୍ବନ୍ଧରେ ବୈଠକରେ ଆଲୋଚନା ହୋଇଥିଲା। ନୋଡାଲ ଏଜେନ୍ସି ଭାବେ ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ବିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଥିଲା।

ଅଧିକ ପଢନ୍ତୁ

Odisha Darpan Digital