ବଳଙ୍ଗା ପୀଡ଼ିତାଙ୍କ ସ୍ଥିତିକୁ ନେଇ ଭୁବନେଶ୍ବର ଏମ୍ସ ମୁଖ୍ୟ ଡାକ୍ତର ଆଶୁତୋଷ ବିଶ୍ବାସ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ତଥ୍ୟ । କହିଛନ୍ତି, ଝିଅର ଅବସ୍ଥା ସଙ୍କଟାପନ୍ନ ରହିଛି । ତା ଶରୀରର ୭୫ ଭାଗ ପୋଡ଼ିଯାଇଛି । ତେବେ ଶ୍ବାସନଳୀ ଏବଂ ଅନ୍ୟ ଅର୍ଗାନ ଗୁଡ଼ିକ କାର୍ଯ୍ୟ କରୁଛି କି ନା ତା ଉପରେ ଡାକ୍ତରୀ ଟିମ୍ ନଜର ରଖିଛି । ତେବେ ଆସନ୍ତା ୪୮ରୁ ୭୨ ଘଣ୍ଟା ଗୁରୁତ୍ବପୂର୍ଣ୍ଣ ।ଭେଣ୍ଟିଲେଟରରେ ନାହାନ୍ତି, ICUରେ ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି । ୨୦/୨୫ ପ୍ରତିଶତ ଛାଡ଼ି ସବୁ ପୋଡ଼ିଛି । ଏହା ହେଉଛି ସେକେଣ୍ଡ ଓ ଥାର୍ଡ ଡିଗ୍ରୀ ବର୍ଣ୍ଣ ବୋଲି କହିଛନ୍ତି।ପୀଡ଼ିତାଙ୍କ ସ୍ଥିତିକୁ ଦୃଷ୍ଟିରେ ରଖି ଏବେ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯିବା ସମ୍ଭବ ନୁହେଁ ବୋଲି ସ୍ପଷ୍ଟ କରିଛନ୍ତି ଡାକ୍ତର ବିଶ୍ବାସ । ତେବେ ଆଜି ବିଜେଡ଼ି ପୀଡିତାଙ୍କୁ ତୁରନ୍ତ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯିବାକୁ ଦାବି କରିଥିଲା । ଏହି ବୟାନ ପରେ ଏମ୍ସ ନିର୍ଦ୍ଦେଶକଙ୍କ ଏହି ପ୍ରତିକ୍ରିୟା ଆସିଛି । ଏପଟେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଦ୍ବାରା ପିପିଲି ବଳଙ୍ଗା ଛାତ୍ରୀ ଚିକିତ୍ସା ଚାଲିଛି। ଏଥିପାଇଁ ଏମ୍ସ ପକ୍ଷରୁ ଗଠନ ହୋଇଛି ଏକ ସ୍ବତନ୍ତ୍ର ଟିମ୍ । ଚିକିତ୍ସାଧୀନ ଗୁରୁତର ନାବାଳିକାଙ୍କ ଉନ୍ନତ ଚିକିତ୍ସା ପାଇଁ ବିଭିନ୍ନ ବିଭାଗର ବିଶେଷଜ୍ଞଙ୍କୁ ନେଇ ୧୪ ଜଣିଆ ଡାକ୍ତରୀ ଦଳ ଗଠନ କରାଯାଇଛି ।
