ପୁଣି ଜଣେ କିଟ୍ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି ।

ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ କିଟ୍ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡ଼ିଥିବା ବେଳେ ଜୀବନ ହାରିଛନ୍ତି ଆଉ ଜଣେ କିଟ୍ ଛାତ୍ର। ମୃତ ଛାତ୍ରଙ୍କ ନାମ ଅର୍ଣ୍ଣବ ମୁଖାର୍ଜୀ ଏବଂ ତାଙ୍କ ଘର ପଶ୍ଚିମବଙ୍ଗରେ ବୋଲି ଜଣାଯାଇଛି। ସେ କିଟ୍ ବିଶ୍ବବିଦ୍ୟାଳୟର ତୃତୀୟ ବର୍ଷ ବିଟେକ୍ ଛାତ୍ର ଏବଂ କିଟ୍ ହଷ୍ଟେଲରେ ରହୁଥିଲେ।ଅର୍ଣ୍ଣବ କିଟ୍‌ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ତେବେ ଏବେ ପ୍ରଶ୍ନ ଉଠୁଛି ହଷ୍ଟେଲ୍‌ରୁ ସେ କାହିଁକି ମଞ୍ଚେଶ୍ୱର ଆସିଥିଲେ। ସେଠାରେ କେଉଁ ପରିସ୍ଥିତିରେ ତାଙ୍କରୁ ମୃତ୍ୟୁ ଘଟିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି। ଅପମୃତ୍ୟୁ ମାମଲା ରୁଜୁ କରି ମଞ୍ଚେଶ୍ବର ପୋଲିସର ତଦନ୍ତ ଜାରି ରଖିଥିବା ବେଳେ ଅର୍ଣ୍ଣବଙ୍କ ମୃତ୍ୟୁ ନେଇ କିଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ଅଧିକ ପଢନ୍ତୁ