ପୁଣି ଧାନର ସହାୟକ ମୂଲ୍ୟ ବଢ଼ାଇପାରନ୍ତି କେନ୍ଦ୍ର ସରକାର।

ପୁଣି ବଢିପାରେ ଧାନର ସହାୟକ ମୂଲ୍ୟ । ଧାନ ସହ ଡାଲି ଓ ତୈଳ ଜାତୀୟ ଦ୍ରବ୍ୟର ବି ସହାୟକ ମୂଲ୍ୟ ବୃଦ୍ଧି କରିପାରନ୍ତି କେନ୍ଦ୍ର ସରକାର । ଆଜି ଏନେଇ ପୂର୍ବ ଭାରତ ରାଜ୍ୟ ସମୂହ ବୈଠକରେ କେନ୍ଦ୍ର ପାଖରେ ପ୍ରସ୍ତାବ ରଖିଛନ୍ତି ରାଜ୍ୟ ଗୁଡ଼ିକର ପ୍ରତିନିଧି ମଣ୍ଡଳୀ ।। ରାଜ୍ୟ ଅତିଥି ଭବନରେ ବସିଥିବା ଏକ ବୈଠକରେ ସିଏସିପିର ଅଧକ୍ଷ ପ୍ରଫେସର ବିଜୟ ପଲ ଶର୍ମା ଯୋଗଦେଇଥିବା ବେଳେ ଓଡ଼ିଶା, ଛତିଶଗଡ଼, ବିହାର, ପଶ୍ଚିମ ବଙ୍ଗ ଓ ଝାରଖଣ୍ଡର ପ୍ରତିନିଧି ମଣ୍ଡଳ ଯୋଗ ଦେଇଥିଲେ। ଧାନ, ଗହମ, ଡାଲି ଓ ତୈଳ ଜାତୀୟ ଶସ୍ୟ କେଉଁ ରାଜ୍ୟରେ ଉତ୍ପାଦନ ଦର କେତେ ରହୁଛି ଏନେଇ ଏକ ତଥ୍ୟ କେନ୍ଦ୍ର ଆଗରେ ଉପସ୍ଥାପନା କରିଥିଲେ । ଏହି ଅନୁପାତରେ ଏମ୍‌ଏସପିର ମୂଲ୍ୟ କେତେ ବୃଦ୍ଧି କରାଗଲେ ଚାଷୀ ଉପକୃତ ହୋଇପାରିବେ ସେନେଇ ଆଲୋଚନା ହୋଇଛି। ତେବେ ଖୁବ ଶୀଘ୍ର ରାଜ୍ୟଗୁଡ଼ିକ ଲିଖିତ ଆକାରରେ ପ୍ରସ୍ତାବ କେନ୍ଦ୍ରକୁ ପଠାଇବେ ବୋଲି ସୂଚନା ମିଳିଛି।

ଅଧିକ ପଢନ୍ତୁ

Odisha Darpan Digital