ପୁଣି ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର। ଜୁଲାଇ ୨୫ ସୁଦ୍ଧା ଶେଷ ହେବ ଶିକ୍ଷକଙ୍କ ବଦଳି। ଜୁନ ୭ ବଦଳି ଆବେଦନର ଶେଷ ତାରିଖ। ଓସେପାକୁ ଚିଠି ଲେଖିଲା ଡିଇଇଓ। ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି। ଜୁନ ୭ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ଜୁନ୍ ୯ରୁ ୧୬ ଭିତରେ ଭେରିଫିକେସନ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାପରେ ଜୁନ ୧୭ରୁ ୧୮ ମଧ୍ୟରେ ଅନ୍ତଃ ଜିଲ୍ଲା ବଦଳି ପାଇଁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପାଖକୁ ଆବେଦନ ପତ୍ର ପଠାଯିବ ।ଏହାପରେ ୨୦ ଓ ୨୧ ତାରିଖରେ ମେଡିକାଲ ଯାଞ୍ଚ ହେବ।
