ପୁନଃ କାର୍ଯ୍ୟକ୍ଷମ ହେବ ନୟାଗଡ଼ ଚିନିକଳ: CM

ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇ ଟିଏ ନିଜ ଭଉଣୀକୁ କିଛି ଉପହାର ଦେଇଥାଏ। ଓଡ଼ିଶାର ଶାସନ ମୁଖ୍ୟ ଭାବେ ରକ୍ଷା ବନ୍ଧନରେ ସୁଭଦ୍ରା ସହାୟତା ପ୍ରଦାନ କରି ମତେ ଏକ ଭାଇର କର୍ତ୍ତବ୍ୟ ସମ୍ପାଦନ କରିବା ଭଳି ଅନୁଭବ ହେଉଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ ଅବସରରେ କହିଛନ୍ତି । ନୟାଗଡ଼ ଜିଲ୍ଲା ଲାଠିପଡ଼ାଠାରେ ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ, ସାଂସଦ ଓ ବିଧାୟକଙ୍କ ଗହଣରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି । ରାଜ୍ୟର ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ହିତାଧିକାରୀଙ୍କୁ ୫,୧୬୩ କୋଟି ର ଉର୍ଦ୍ଧ୍ୱ ଟଙ୍କା ପ୍ରଦାନ କରାଯାଇଛି । ଏଥିରେ ନୟାଗଡ଼ ଜିଲ୍ଲାର ୨ ଲକ୍ଷ ୩୩ ହଜାର ୫୮୫ ହିତାଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି ।ଏଥିସହ ନୟାଗଡ଼ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରୀ ମିଳିସାରିଛି । ଖୁବ ଶୀଘ୍ର ଏହି ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି ।

ଅଧିକ ପଢନ୍ତୁ