ପୁଲିସ ଗାଡ଼ିକୁ ଧକ୍କା ଦେଲା ୧୦୮ ଆମ୍ୱୁଲାନ୍ସ

ପୁଲିସ ଗାଡ଼ିକୁ ଧକ୍କା ଦେଲା ୧୦୮ ଆମ୍ୱୁଲାନ୍ସ।୧୦୮ ଧକ୍କାରେ ୩ ରାଉଣ୍ଡ ଓଲଟିଲା ପୁଲିସ ଗାଡ଼ି। ଗାଡ଼ି ତଳେ ଚାପି ହୋଇ ଚାଲିଗଲା ହୋମଗାର୍ଡଙ୍କ ଜୀବନ, ଆଇଆଇସି ଓ ପୁଲିସ ଡ୍ରାଇଭରଙ୍କ ଅବସ୍ଥା ସଂକଟାପନ୍ନ। ଗତକାଲି ବିଳମ୍ବିତ ରାତିରେ ଉଦଳା ଇଣ୍ଡିଆନ ଓଏଲ ପେଟ୍ରୋଲ ପମ୍ପ ସାମ୍ନାରେ ରାଜ୍ୟ ରାଜପଥରେ ଘଟିଯାଇଛି ମର୍ମନ୍ତୁଦ ଦୁର୍ଘଟଣା।

ବିଳମ୍ବିତ ରାତିରେ ଉଦଳା ଆଇଆଇସି ଓ ଅନ୍ୟ ପୋଲିସ କର୍ମଚାରୀଙ୍କୁ ଧରି ପାଟ୍ରୋଲିଂ କରୁଥିଲେ। ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ନିକଟରେ ପୋଲିସ ଗାଡି ଛିଡା କରି ଚେକିଂ ପାଇଁ ଓହ୍ଲାଉଥିଲେ, ଏହି ସମୟରେ ବାରିପଦା ରୁ କପ୍ତିପଦା ଅଭିମୁଖେ ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସ ଦୃତ ବେଗରେ ଆସି ପୋଲିସ ଗାଡିକୁ ଧକ୍କା ଦେଇଥିଲା।

ଖବର ପାଇ ତୁରନ୍ତ ପୁଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ପୁଲିସ ଗାଡ଼ି ଡ୍ରାଇଭର ଏବଂ ଆଇଆଇସିଙ୍କ ଅବସ୍ଥା ସଂକଟାପନ୍ନ ରହିଥିବାରୁ ସେମାନଙ୍କୁ ତୁରନ୍ତ ବାରିପଦା ସ୍ଥାନାନ୍ତର କରାଯାଇଥିଲା, କିନ୍ତୁ ପରେ କଟକ ବଡ଼ ମେଡିକାଲକୁ ପଠାଯାଇଛି।

ଅଧିକ ପଢନ୍ତୁ