ଓଡ଼ିଶାର ବରିଷ୍ଠ ରାଜନେତା ତଥା ଖଣ୍ଡପଡ଼ାଗଡ଼ର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ଗୁରୁବାର ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।ମୃତ୍ୟୁ ବେଳେକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଖଣ୍ଡପଡ଼ା ଆସନରୁ ସେ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁକୁ ନେଇ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘଦିନ ଧରି କଂଗ୍ରେସ ଦଳରେ ଜଡ଼ିତ ଥିଲେ।ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ କଂଗ୍ରେସ ଟିକେଟରୁ ୧୯୮୦ ମସିହାରେ ଖଣ୍ଡପଡ଼ା ଆସନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ପରେ ୧୯୮୫ ଏବଂ ୧୯୯୫ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବିଧାନସଭାରେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ।
