ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ IT ରେଡ୍ ।

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ IT ରେଡ୍ । ୨୦ରୁ ଅଧିକ ସ୍ଥାନରେ ଆୟକର ବିଭାଗ ଚଢାଉ କରିଛି । ସମ୍ବଲପୁର, ଝାରସୁଗୁଡ଼ା, ଭୁବନେଶ୍ବରରେ IT ରେଡ୍ । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଚଢାଉରେ ସାମିଲ ।ତେବେ ଆୟକର ଠକେଇ ନେଇ ଅଭିଯୋଗ ହେବା ପରେ ୨୦ରୁ ଅଧିକ ସ୍ଥାନରେ ଇଡି ଏହି ରେଡ ଚଳାଇଛି। ବିଭିନ୍ନ ସ୍ଥାନରେ ଇଡିର ୨୦ଟି ଟିମକୁ ଏହି ରେଡରେ ସାମିଲ କରାଯାଇଛି।ଭୋର ୫ ଟାରୁ ଚଢାଉ କରୁଛି ଆୟକର ବିଭାଗ । ୩ଟି ଅଫିସ ବନ୍ଦ ରହିଥିବା ବେଳେ ତାହା ପରେ ଚଢାଉ କରାଯିବ । ଦୀପାଳି ପୁରୀରୁ ଫେରିଲେ ଅଫିସରେ ଚଢାଉ କରାଯିବ ବୋଲି ସୂଚନା ମିଳିଛି । ଆୟକର ଫାଙ୍କିବା ଅଭିଯୋଗରେ ତନାଘନା କରୁଛି ଆୟକର ବିଭାଗ ।ସୂଚନାଯୋଗ୍ୟ, ଚଳିତ ବର୍ଷ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ମଧ୍ୟ ପୂର୍ବରୁ ଆୟକର ବିଭାଗ ପକ୍ଷରୁ ରେଡ କରାଯାଇଥିଲା। ଭୁବନେଶ୍ବର ଓ ଛତିଶଗଡର ଟିମ ଏହି ରେଡରେ ସାମିଲ ହୋଇଥିବା ବେଳେ ବ୍ରଜ ଦାସଙ୍କ ଘରୁ ଏକାଧିକ ବିଳାସପୂର୍ଣ୍ଣ କାର ମିଳିଥିଲା। କିଛି ମାସ ପୂର୍ବରୁ ମଧ୍ୟ ପୂର୍ବତନମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ପିଏ ଆଶିଷ ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲ। ଏଥିସହ ଆୟକର ବିଭାଗ ଅଧିକାରୀ ବିଶାଳ ଦାସଙ୍କୁ ଝାରସୁଗୁଡ଼ା ଏକ ଘରୋଇ ହୋଟେଲକୁ ଡାକି ପ୍ରାୟ ୪ ଘଣ୍ଟା ଧରି ଜେରା କରିଥିଲେ।

ଅଧିକ ପଢନ୍ତୁ

kc ads