ଆଜି ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ରାଙ୍କିଙ୍ଗ ଫ୍ରେମୱାର୍କ(ଏନଆଇଆରଏଫ) ୨୦୨୪ ରାଙ୍କି ତାଲିକା ପ୍ରକାଶ ପାଇଛି। ଏଥିରେ ଆଇଆଇଟି ମାଡ୍ରାସ ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ୧ ନମ୍ବରରେ ରହିଛି। ଏହାକୁ ମିଶାଇ କ୍ରମାଗତ ଭାବେ ୮ମ ଥର ପାଇଁ ଆଇଆଇଟି ମାଡ୍ରାସ ଇଞ୍ଜିନିୟରିଂ କ୍ଷେତ୍ରରେ ସର୍ବଶ୍ରେଷ୍ଠ ସ୍ଥାନ ହାସଲ କରିଛି।ତେବେ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କରିଛି ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ବିଶ୍ୱବିଦ୍ୟାଳୟ । ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁସ୍ନାଲ ରାଙ୍କିଙ୍ଗ ଫ୍ରେମ୍ୱାର୍କ (ଏନ୍ଆଇଆର୍ଏଫ୍) ରାଙ୍କିଙ୍ଗସ୍ର ନବମ ସଂସ୍କରଣରେ ଦେଶର ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୧୪ ତମ ସ୍ଥାନ ହାସଲ କରି ସୋଆ ଗୋଟିଏ ପାହାଚ ଉପରକୁ ଉଠିଛି ।
ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ର୍ୟାଙ୍କିଙ୍ଗ ଘୋଷଣା କରାଯାଇଛି ।ଏନଆଇଆରଫ ରାଙ୍କି ସମ୍ପୂର୍ଣ୍ଣ ଫଳାଫଳ ଜାଣିବା ପାଇଁ https://www.nirfindia.org/କୁ ଲଗଅନ କରନ୍ତୁ।ଏହି ଡିମ୍ଡ ବିଶ୍ୱବିଦ୍ୟାଳୟ ଇଞ୍ଜିନିୟରିଂ କ୍ୟାଟେଗୋରିରେ ଗତ ବର୍ଷ ୨୭ ତମ ରାଙ୍କ ହାସଲ କରିଥିବା ବେଳେ ଚଳିତ ବର୍ଷ ଏଥିରେ ଉନ୍ନତି ଘଟି ୨୬ ତମ ସ୍ଥାନରେ ପହଂଚିଛି । ମେଡିକାଲ୍ ସାଇନସେସ୍ କ୍ୟାଟେଗୋରିରେ ଦେଶରେ ସୋଆ ୨୧ ତମ, ଡେଂଟାଲ୍ ଏବଂ ଲ’ କ୍ୟାଟେଗୋରିରେ ନବମ ସ୍ଥାନରେ ରହିଛି । ସେହିପରି ମ୍ୟାନେଜମେଂଟ ସାଇନସେସ୍ କ୍ୟାଟେଗୋରିରେ ୬୨ତମ ଏବଂ ରିସର୍ଚ୍ଚ କ୍ୟାଟେଗୋରିରେ ୫୦ ତମ ସ୍ଥାନ ହାସଲ କରିଛି ସୋଆ ।