ପ୍ରତି ପଂଚାୟତରେ ଖୋଲିବ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି ଯୋଜନାରେ ରାଜ୍ୟର ପ୍ରତ୍ୟେକ ପଂଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ । ମୋଟ ୬୭୯୪ଟି ସ୍କୁଲ ନିର୍ମାଣ କରାଯିବ । ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା ସେଭଳି ପରିବେଶ ଏସବୁ ବିଦ୍ୟାଳୟରେ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି ।ଏହି ଯୋଜନାରେ ନୂଆ କ୍ଲାସ ରୁମ୍, ବାଳକ ଓ ବାଳିକାମାନଙ୍କ ପାଇଁ ପୃଥକ ଟଏଲଟର ବ୍ୟବସ୍ଥା, ପ୍ରାଚୀର ନିର୍ମାଣ, ସବୁଜ ପରିବେଶ, ଡିଜିଟାଲ ଲାଇବ୍ରେରୀ ଓ ଲାଙ୍ଗୁଏଜ୍ ଲ୍ୟାବ୍, ଖେଳ ପଡିଆ, ଡାଇନିଙ୍ଗ ହଲ୍, କମ୍ପ୍ୟୁଟର, ସ୍ମାର୍ଟ ବୋର୍ଡ ଆଦିର ବ୍ୟବସ୍ଥା କରାଯିବ। ଏହା ସହିତ କ୍ରୀଡା, ଶାରୀରିକ ବ୍ୟାୟମ ଏବଂ ସାମାଜିକ ଓ ସାଂସ୍କୃତିକ ଶିକ୍ଷା ଉପର ମଧ୍ୟ ଗୁରୁତ୍ୱ ଦିଆଯିବ।

ଅଧିକ ପଢନ୍ତୁ

Odisha Darpan Digital